ଓଡ଼ିଶାର ମେଡ଼ିକାଲ, ଇଞ୍ଜିନିୟରିଂ, କୃଷି ତଥା ଆନୁସଙ୍ଗିକ ପ୍ରଯୁକ୍ତିବିଦ୍ୟାଭିତ୍ତିକ ଶିକ୍ଷା ପାଠ୍ୟକ୍ରମରେ ନିୟମ ସଂଶୋଧନ

 

ଓଡ଼ିଶାର ମେଡ଼ିକାଲ, ଇଞ୍ଜିନିୟରିଂ, କୃଷି ତଥା ଆନୁସଙ୍ଗିକ ପ୍ରଯୁକ୍ତିବିଦ୍ୟାଭିତ୍ତିକ ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ରାଜ୍ୟର ଅନୁସୂଚିତ ଜନଜାତିଙ୍କ ନିମନ୍ତେ ସଂରକ୍ଷଣକୁ ୧୨% ରୁ ୨୨.୫୦% ଓ ଅନୁସୂଚିତ ଜାତି ପାଇଁ ୮% ରୁ ୧୬.୨୫% କୁ ବୃଦ୍ଧି କରିବା ସହିତ ପ୍ରଥମ ଥର ପାଇଁ ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆବର୍ଗ (ଏସଇବିସି) ଛାତ୍ରଛାତ୍ରୀଙ୍କ ନିମନ୍ତେ ୧୧.୨୫% ସଂରକ୍ଷଣ ବ୍ୟବସ୍ଥାକୁ କ୍ୟାବିନେଟ୍‌ରେ ମଞ୍ଜୁର ହୋଇଛି ।
ଅନ୍ୟ ଏକ ବାର୍ତ୍ତରେ ସାମାଜିକ ନ୍ୟାୟ ପ୍ରଦାନ କରିବା ମୋଦୀ ସରକାରଙ୍କ ଶାସନର ମୂଳମନ୍ତ୍ର ହୋଇଥିବା ବେଳେ ସମାଜର ପ୍ରତ୍ୟେକ ବର୍ଗକୁ ସମାନ ସୁଯୋଗ, ଅଧିକାର ଓ ସମ୍ମାନଜନକ ଜୀବନ ପ୍ରଦାନ କରିବା ଭାଜପା ଶାସିତ ସରକାରଙ୍କର ପ୍ରଥମ ପ୍ରାଥମିକତା ଦିଆ ଯାଉଥିବା ଦର୍ଶା ଯାଇଛି । ପ୍ରଧାନମନ୍ତ୍ରୀଙ୍କ ‘ସବକା ସାଥ୍, ସବକା ବିକାଶ’ ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ସରକାରଙ୍କର ଏହି ନିଷ୍ପତ୍ତି ଏକ ଐତିହାସିକ ପଦକ୍ଷେପ ବୋଲି ଚର୍ଚ୍ଚା ହେଉଛି । ଏହା ଡବଲ ଇଞ୍ଜିନ ସରକାରଙ୍କ ‘ଅନ୍ତ୍ୟୋଦୟ ସଂକଳ୍ପ’ ଅର୍ଥାତ୍ ସମାଜର ଶେଷ ଧାଡ଼ିରେ ଥିବା ବ୍ୟକ୍ତିଙ୍କ ବିକାଶର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି ।
ଏହି ଐତିହାସିକ ନିଷ୍ପତ୍ତି ସମାଜର ଅନ୍ତିମ ଶ୍ରେଣୀରେ ଥିବା ମେଧାବୀ ପ୍ରତିଭାମାନଙ୍କୁ ସଶକ୍ତ କରିବା ସହ ରାଜ୍ୟର ସାଧାରଣ ଗରିବ ପରିବାରର ଛାତ୍ରଛାତ୍ରୀଙ୍କ ମେଡିକାଲ ଓ ଇଞ୍ଜିନିୟରିଂ ପଢ଼ିବା ସ୍ୱପ୍ନକୁ ସାକାର କରିବାରେ ଏକ ପ୍ରମୁଖ ମାଧ୍ୟମ ହେବ ବୋଲି ସରକାରଙ୍କ ପକ୍ଷରୁ ବିବୃତି ଦିଆ ଯାଇଛି ।

JAGAMOHAN PATTNAIK

CHIEF EDITOR/FOUNDER Janamata.in janamatatv@gmail.com ( JTV)

http://janamata.in

Leave a Reply

Your email address will not be published. Required fields are marked *

error: Content is protected !!